Connect with us

ଓଡିଶା

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

ସାଙ୍କେତିକ

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ
ମେଡିକାଲରେ ଉତେଜନା
ବାଲେଶ୍ୱର, ୯ ଅଗଷ୍ଟ – ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ରୁବିନା ଖାତୁନ । ତାଙ୍କ ଘର ଦରଘା ବଜାର ଅଂଚଳରେ ।
ରୁବିନା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗତକାଲି ସଂନ୍ଧ୍ୟାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡ଼ାଇରିଆ ୱାର୍ଡ଼ରେ ଭର୍ତି ହୋଇଥିଲେ । ହେଲେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା । ତେବେ ଦୀର୍ଘ ସମୟ ଧରି ଡାକ୍ତର ନଆସିବାରୁ ଚିକିତ୍ସା ଅବହେଳାରୁ ଝିଅର ମୃତ୍ୟୁ ହୋଇଥିବା ରୁବିନାଙ୍କ ବାପା ଅଭିଯୋଗ କରିଛନ୍ତି । ଏଥିସହ ଦୋଷୀ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି । ଯାହାକୁ ନେଇ ଡାକ୍ତରଖାନା ପରିସରରେ ଉତେଜନା ପ୍ରକାଶ ପାଇଛି । ଖବର ପାଇ ଟାଉନ୍ ଥାନା ଅଧିକାରୀ ସଦଳବଳେ ଘଟଣାସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ । ଅନ୍ୟପକ୍ଷରେ ଘଟଣାର ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶୃତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା