ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ପଦକ୍ଷେପ
– ବିନା ଲାଇସେନ୍ସ୨୪୯ ଟି ଅସ୍ତ୍ରଶସ୍ତ୍ର ,୧୪୬୩.୫୮୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ
ଭୁବନେଶ୍ୱର,୨୪ ଅପ୍ରେଲ -ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ହଜାର ୨୧୯ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୪ ହଜାର ୧୫୭ ଜଣଙ୍କୁ ଅଟକ ରଖାଯାଇଛି । ୫ ହଜାର ୪୯୫ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୪୯ ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୬୩.୫୮୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍ ସହାୟତାରେ ପ୍ରାୟ ୧୫୬୪୫୬.୯୨୩ ବଲ୍କ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୪କୋଟି ୦୯ ଲକ୍ଷ ୨୬ ହଜାର ୮୩୪ ଟଙ୍କା । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୫୧ ଲକ୍ଷ ୧୩ ହଜାର ୮୭୦ଟି ପୋଷ୍ଟର, ହୋଡିଂ ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୩ ଲକ୍ଷ ୮୯ ହଜାର ୭୯୮ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍ ନଂ ୦୬୭୪-୨୩୯୫୦୧୫କୁ ଆଜି
ସୁଦ୍ଧା ୧୨୩୯ଟି କଲ୍ ଏବଂ ଭୋଟର ହେଲ୍ପଲାଇନ୍ ନମ୍ବର ୧୯୫୦କୁ ୧୭ ହଜାର ୦୮୨ଟି କଲ୍ ମିଳିଥିବା ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ସହ ସୂଚନା ପ୍ରଦାନ କରାଯାଇଛି ।
ଓଡିଶା
ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ପଦକ୍ଷେପ
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...