Connect with us

ଓଡିଶା

ସ୍ୱଚ୍ଛ , ଅବାଧ ନିର୍ବାଚନ ପାଇଁ ଦୃଢ ପଦକ୍ଷେପ

ସାଙ୍କେତିକ

ସ୍ୱଚ୍ଛ , ଅବାଧ ନିର୍ବାଚନ ପାଇଁ ଦୃଢ ପଦକ୍ଷେପ
– ୧୪ ହଜାର ଏନବିଡବ୍ଲୁ ଜାରୀ , ୬୪ ହଜାର ୫୬୧ ଅଟକ
ଭୁବନେଶ୍ୱର,୨୫ ଅପ୍ରେଲ – ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ହଜାର ୨୬୦ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୪ ହଜାର ୫୬୧ ଜଣଙ୍କୁ ଅଟକ ରଖାଯାଇଛି । ୫ ହଜାର ୫୧୯ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୫୦ ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୬୫.୫୮୪ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍ ସହାୟତାରେ ପ୍ରାୟ ୧୫୭୨୧୪.୪୩୨ ବଲ୍କ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୧୦ ଲକ୍ଷ ୩୮ ହଜାର ୧୭୪ ଟଙ୍କା ।
ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୫୫ ଲକ୍ଷ ୩୧ ହଜାର ୬୫୨ଟି ପୋଷ୍ଟର, ହୋଡିଂ ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୪ ଲକ୍ଷ ୧୫ ହଜାର ୧୩୮ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍ ନଂ ୦୬୭୪-୨୩୯୫୦୧୫କୁ ଆଜି ସୁଦ୍ଧା ୧୨୫୬ଟି କଲ୍ ଏବଂ ଭୋଟର ହେଲ୍ପଲାଇନ୍ ନମ୍ବର ୧୯୫୦କୁ ୧୭ ହଜାର ୧୧୪ଟି କଲ୍ ମିଳିଥିବା ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ସହ ସୂଚନା ପ୍ରଦାନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା