ଟ୍ରକ୍ ପଛରେ ପିଟିଲା ଆମ୍ବୁଲାନ୍ସ : ୨ ମୃତ, ୪ ଗୁରୁତର
ବାଲେଶ୍ୱର, ୧ ଜୁଲାଇ – ବାଲେଶ୍ୱର ଜିଲ୍ଲା ସୀମାନ୍ତ ଲକ୍ଷ୍ମଣନାଥ ଗେଟ୍ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଟ୍ରକ୍ ପଛରେ ଧକ୍କା ଦେବା ଫଳରେ ଆମ୍ବୁଲାନ୍ସରେ ଥିବା ଦୁଇ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ହୋଇଛନ୍ତି ।
ଜଣେ ରୋଗୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି । ଫଳରେ ଏହି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୨ କୁ ବୃଦ୍ଧି ପାଇଛି । ଦୁର୍ଘଟଣାରେ ଗୁରୁତର ଅନ୍ୟ ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଅନ୍ୟ ୨ ଜଣଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ମୃତାହତ ମାନେ ପଶ୍ଚିମବଙ୍ଗ ରାଜ୍ୟ ବାଙ୍କୁଡ଼ା ଜିଲ୍ଲା ଅନ୍ତର୍ଗତ ବିଷ୍ଣୁପୁର ଅଂଚଳର ବୋଲି ଜଣାପଡିଛି । ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସରେ ଡ଼୍ରାଇଭରକୁ ମିଶାଇ ମୋଟ୍ ୬ ଜଣ ଥିଲେ । ଆମ୍ବୁଲାନ୍ସଟି ପଶ୍ଚିମବଙ୍ଗରୁ ରୋଗୀ ନେଇ କଟକ ବଡ ମେଡିକାଲକୁ ଯାଉଥିବା ବାଟରେ ଏହି ଦୁର୍ଘଟଣା ଘଟିଥିଲା । ତେବେ ମୃତାହତ ମାନଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରିନାହିଁ ।
ଓଡିଶା
ଟ୍ରକ୍ ପଛରେ ପିଟିଲା ଆମ୍ବୁଲାନ୍ସ : ୨ ମୃତ, ୪ ଗୁରୁତର
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...